Wednesday, October 8, 2025

ଉଚ୍ଚଶିକ୍ଷା ବିଭାଗର କଡ଼ା ନିର୍ଦ୍ଦେଶ: ବିଶ୍ୱବିଦ୍ୟାଳୟ ଓ ମହାବିଦ୍ୟାଳୟ କ୍ୟାମ୍ପସରେ ମହିଳା ସହାୟତା ନମ୍ବର ୧୮୧ ପ୍ରଦର୍ଶନ ଏବଂ POSH Act, 2013 ସମ୍ବନ୍ଧରେ ସଚେତନତା କର୍ମଶାଳାର ଆୟୋଜନ ପାଇଁ ଚିଠି ଜାରି କଲା ଉଚ୍ଚଶିକ୍ଷା ବିଭାଗ

ଭୁବନେଶ୍ୱର ୧୮ ଜୁଲାଇ, ୨୦୨୫ :ଉଚ୍ଚଶିକ୍ଷା ବିଭାଗ ଅଧୀନରେ ରହିଥିବା ସମସ୍ତ ବିଶ୍ୱବିଦ୍ୟାଳୟ, ସରକାରୀ ମହାବିଦ୍ୟାଳୟ, ଅନୁଦାନ ପ୍ରାପ୍ତ ମହାବିଦ୍ୟାଳୟ ଓ ବେସରକାରୀ ମହାବିଦ୍ୟାଳୟ କ୍ୟାମ୍ପସ ପରିସରରେ ରହିଥିବା ପ୍ରମୁଖ ସ୍ଥାନମାନଙ୍କରେ ମହିଳା ସହାୟତା ନମ୍ବର ୧୮୧ ପ୍ରଦର୍ଶନ କରିବାକୁ ସମସ୍ତ ରେଜିଷ୍ଟାର ଓ ଅଧ୍ୟକ୍ଷମାନଙ୍କୁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଚିଠି କରାଯାଇଛି।

ଏଥିସହ କାର୍ଯ୍ୟସ୍ଥଳରେ ମହିଳାଙ୍କ ଯୌନ ଉତ୍ପୀଡନ (ନିବାରଣ, ନିଷେଧ ଓ ପ୍ରତିକାର ) ଅଧିନିୟମ, ୨୦୧୩ (POSH Act, 2013) ଏବଂ ଏହି ସମ୍ବନ୍ଧରେ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ ପକ୍ଷରୁ ଜାରି ହୋଇଥିବା ନିର୍ଦ୍ଦେଶାବଳୀକୁ ବିଶ୍ୱବିଦ୍ୟାଳୟ ଓ ମହାବିଦ୍ୟାଳୟରେ କଡ଼ାକଡ଼ି ଭାବେ ପାଳନ କରିବା ସହ ଏହି ସମ୍ବନ୍ଧୀୟ ସଚେତନତା କର୍ମଶାଳା ଆୟୋଜନ କରିବାକୁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି।

ଉକ୍ତ କର୍ମଶାଳାରେ ବିଶ୍ୱବିଦ୍ୟାଳୟ ଓ ମହାବିଦ୍ୟାଳୟର ସମସ୍ତ ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଣଶିକ୍ଷକ କର୍ମଚାରୀ, ଆଭ୍ୟନ୍ତରୀଣ ଅଭିଯୋଗ କମିଟିର ସଦସ୍ୟମାନେ ଯୋଗଦେବେ ଏବଂ POSH Act, 2013 ର ନିୟମାବଳୀକୁ କଡ଼ାକଡ଼ି ଭାବେ ପାଳନ କରିବା ପାଇଁ ଶପଥ ନେବେ। କର୍ମଶାଳା ଆୟୋଜନର ସବିସ୍ତୃତ ବିବରଣୀ ଆସନ୍ତା ୩ ଦିନ ମଧ୍ୟରେ ଉଚ୍ଚଶିକ୍ଷା ବିଭାଗକୁ ପ୍ରଦାନ କରିବା ନିମନ୍ତେ ଚିଠିରେ ଉଲ୍ଲେଖ କରାଯାଇଛି।

Hunkar Live
Author: Hunkar Live

Read More

Leave a Comment

Read More

Our Company

Laest News

2024 Reserved Hunkar Live | Designed by Best News Portal Development Company - Traffic Tail