Saturday, January 3, 2026

ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ସକ୍ରିୟ ଘୂର୍ଣ୍ଣିବଳୟ ; ୨୪ ଘଣ୍ଟାରେ ନେଇପାରେ ଲଘୁଚାପର ରୂପ

ଭୁବନେଶ୍ବର : ଆଜି ଲଘୁଚାପ,ଆଜି ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗକୁ ଗତି କରିବା ସହିତ ଆସନ୍ତାକାଲି ଦକ୍ଷିଣ ବଙ୍ଗୋପସାଗର କେନ୍ଦ୍ରୀୟ ଅଂଶ ଓ ନିକଟବର୍ତ୍ତୀ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଅବପାତର ରୂପ ନେବାର ସମ୍ଭାବନା ରହିଛି । ଯାହାଫଳରେ ରାଜ୍ୟରେ ଆଗାମୀ ୫-୭ ଦିନ ରହିବ ବର୍ଷା ।ବିଜୁଳି, ଘଡଘଡି ଓ ଝଟକା ପବନ ପାଇଁ ଚାଷୀଙ୍କୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସତର୍କ କରାଯାଇଛି । ଆଜି କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷାର ସମ୍ଭାବନା ରହିଛି । ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା ଜିଲ୍ଳାରେ ବର୍ଷା ହେବାର ସମ୍ଭାବନା ରହିଛି । ଘଣ୍ଟା ପ୍ରତି ୩୦-୪୦ କିଲୋମିଟର ବେଗରେ ପବନ ବହିପାରେ । ଆସନ୍ତାକାଲି ଓ ୨୩ ତାରିଖରେ ଉପକୂଳବର୍ତ୍ତୀ ଓ ଦକ୍ଷିଣ ଆଭ୍ୟନ୍ତରୀଣ ଜିଲ୍ଲା ଗୁଡ଼ିକରେ ବର୍ଷା ହୋଇପାରେ। ୨୪ ତାରିଖ ବେଳକୁ ବର୍ଷାର ପରିମାଣ ବଢ଼ିବା ସମ୍ଭାବନା ରହିଛି ।

Hunkar Live
Author: Hunkar Live

Leave a Comment

Read More

Our Company

Newsletter

Laest News

2024 Reserved Hunkar Live | Designed by Best News Portal Development Company - Traffic Tail​