ବିଜେଡିରୁ ଇସ୍ତଫା ଦେଲେ ସାଂସଦ ଭର୍ତ୍ତୃହରି ମହତାବ

କଟକ: ବିଜେଡିରୁ ଆଜି ଇସ୍ତଫା ଦେଇଛନ୍ତି କଟକ ସାଂସଦ ଭର୍ତ୍ତୃହରି ମହତାବ। ଏକ ପ୍ରେସମିଟରେ ସେ ଦେଇଛନ୍ତି ଏହି ସୂଚନା। ସେ ତାଙ୍କ ଇସ୍ତଫାପତ୍ର ଦଳର ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପାଖକୁ ପଠାଇ ଦେଇଥିବା କହିଛନ୍ତି। କଟକରୁ ୬ ଥର ସାଂସଦ ହୋଇଛନ୍ତି ଭର୍ତ୍ତୃହରି। ସେ ୧୯୯୮, ୧୯୯୯, ୨୦୦୪, ୨୦୦୯, ୨୦୧୪ ଓ ୨୦୧୯ରେ କଟକରୁ ଲୋକସଭା ନିର୍ବାଚନ ଜିତିଛନ୍ତି।ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କୁ ଓଡ଼ିଆରେ ଲେଖିଥିବା ଇସ୍ତଫାପତ୍ରରେ ଭର୍ତ୍ତୃହରି ଲେଖିଛନ୍ତି-  ପ୍ରିୟ ନବୀନ ବାବୁ, ଯେଉଁ ବିଜୁ ଜନତା ଦଳ ଗଠନର ଆରମ୍ଭରୁ ମୁଁ ସଂପୃକ୍ତ, ଯାହାର ସମୃଦ୍ଧିରେ ମୋର ମଧ୍ୟ କିଛି ଅବଦାନ ରହିଛି, ଆଜି ସେ ଦଳରୁ ମୁଁ ଭଗ୍ନହୃଦୟରେ ସମ୍ପର୍କ ଛିନ୍ନ କରିବାକୁ ବାଧ୍ୟ ହେଉଛି। ଏହି ପତ୍ର ଜରିଆରେ ମୁଁ ବିଜୁ ଜନତା ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଉଛି।

ଭର୍ତ୍ତୃହରି ମହତାବ କହିଛନ୍ତି,  ଧୈର୍ଯ୍ୟର ଗୋଟିଏ ସୀମା ଥାଏ। ଧୈର୍ଯ୍ୟ ସୀମା ଟପିଗଲା। ଦଳର ସଂଚାଳନ ଓ ପରିଚାଳନାରେ ସଂଶୋଧନ ପାଇଁ ଉଦ୍ୟମ କରିଥିଲି। ଦଳର ଆଚରଣ ସଂଶୋଧନ ପାଇଁ ଚେଷ୍ଟା କରି ବିଫଳ ହେଲି। ସେଥିପାଇଁ ଦଳରେ ରହିବା ଆବଶ୍ୟକ ମନେ କଲି ନାହିଁ। ବହୁତ ସହିଛି। ସହି ସହି ଅସହ୍ୟ ହେଲା ପରେ ଏମିତି ନିଷ୍ପତ୍ତି ନେଲି। ନିଷ୍ପତ୍ତି କଠୋର ହୋଇପାରେ। କିନ୍ତୁ ମୋତେ ଆଜି ହାଲୁକା ଲାଗୁଛି।

ସେ କହିଛନ୍ତି, ରାଜ୍ୟରେ ସରକାର ପରିଚାଳନା ତ୍ରୁଟି ସଂପର୍କରେ ମୁଖ୍ୟମନ୍ତ୍ରୀଙ୍କୁ ଜଣାଇଛି। କେବେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଥିଲି ତାହା ଜାଣିବା ପାଇଁ ଡାଏରି ଦେଖିବାକୁ ପଡ଼ିବ। ବିଜେଡି ତିଆରି ବେଳେ ଏକ କଲେକ୍ଟିଭ୍‌ ରେସ୍‌ପନ୍‌ସିବିଲିଟି ଥିଲା। ତାହା ଆମେ ଅନେକ ଦିନରୁ ହଜାଇ ଦେଲୁଣି।

 

 

 

Hunkar Live
Author: Hunkar Live

Read More

Leave a Comment

Read More

Our Company

Newsletter

Laest News

2024 Reserved Hunkar Live | Designed by Best News Portal Development Company - Traffic Tail