ବିଜେପି ଛାଡ଼ିଲେ ରଘୁନାଥ ମହାନ୍ତି

ବିଜେପି ଛାଡ଼ିଲେ ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ରଘୁନାଥ ମହାନ୍ତି। ସେ ତାଙ୍କ ଇସ୍ତଫା ପତ୍ର ବିଜେପି ରାଜ୍ୟ ସଭାପତିଙ୍କ ନିକଟକୁ ପଠାଇଥିବା କହିଛନ୍ତି।ବସ୍ତା ଆସନରୁ ସେ ୫ ଥର ବିଜୟୀ ହୋଇ ବିଧାନସଭାକୁ ଯାଇଥିଲେ। ସରକାରୀ ଦଳର ମୁଖ୍ୟ ସଚେତକ ଓ ମନ୍ତ୍ରୀ ଥିଲେ ରଘୁ ମହାନ୍ତି।ବଧୂ ନିର୍ଯାତନା ମାମଲାରେ ଗିରଫ ହୋଇଥିଲେ ସେ।ଗିରଫ ହେବା ପରେ ତାଙ୍କୁ ବିଜେଡି ନିଲମ୍ବନ କରିଥିଲା। ୨୦୧୯ ସାଧାରଣ ନିର୍ବାଚନ ପୂର୍ବରୁ ରଘୁ ବିଜେଡି ଛାଡ଼ି ବିଜେପିରେ ଯୋଗ ଦେଇଥିଲେ। ସେ ବିଜେପି ଟିକେଟରେ ବସ୍ତା ବିଧାନସଭା ଆସନରୁ ପ୍ରାର୍ଥୀ ହୋଇଥିଲେ। ତେବେ ସେ ହାରି ଯାଇଥିଲେ।ବିଜେପିରୁ ଇସ୍ତଫା ଦେଇଥିବା ରଘୁନାଥ ମହାନ୍ତି ପୁଣି ବିଜେଡିକୁ ଫେରିବେ ବୋଲି ଚର୍ଚ୍ଚା ହେଉଛି।

Hunkar Live
Author: Hunkar Live

Read More

Leave a Comment

Read More

Our Company

Newsletter

Laest News

2024 Reserved Hunkar Live | Designed by Best News Portal Development Company - Traffic Tail