ବିଶ୍ବକପ୍ ସେମିଫାଇନାଲ ରେ ନ୍ୟୁଜିଲାଣ୍ଡକୁ ୭୦ ରନରେ ହରାଇଲା ଭାରତ

ମୁମ୍ବାଇ : ବୁଧବାର ଖେଳାଯାଇଥିବା ସେମିଫାଇନାଲ ମ୍ୟାଚରେ ଭାରତ ନ୍ୟୁଜିଲାଣ୍ଡକୁ ୭୦ ରନରେ ପରାସ୍ତ କରିଛି । ଭାରତ ଦ୍ବାରା ରଖାଯାଇଥିବା ୩୯୮ ରନ ଲକ୍ଷ୍ୟ ଜବାବରେ ନ୍ୟୁଜିଲାଣ୍ଡ ୩୨୭ ରନ କରି ଅଲଆଉଟ ହୋଇଯାଇଥିଲା । ଦଳ ପକ୍ଷରୁ ଡାରିଲ ମିଚେଲ ୧୩୪ରନ, କେନ ଓ୍ବିଲିୟମସନ ୬୯ ରନ ଓ ଗ୍ଲେନ ଫିଲିପ୍ସ ୪୧ରନ କରିଥିଲେ । ଭାରତ ପକ୍ଷରୁ ମହମ୍ମଦ ସମି ଘାତକ ବୋଲିଂ କରି ୭ଟି ଓ୍ବିକେଟ ନେଇଥିଲେ ।ଏହି ମ୍ୟାଚରେ ଭାରତ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା । ଦୁଇ ଓପନର ରୋହିତ ଶର୍ମା ଓ ଶୁଭମନ ଗିଲ୍ ଏକ ବଡ଼ ସ୍କୋର ପାଇଁ ଏକ ଭଲ ମୂଳଦୁଆ ପକାଇଥିଲେ । ରୋହିତ ବିସ୍ଫୋରକ ବ୍ୟାଟିଂ କରିଥିଲେ ବି ଅଳ୍ପକେ ଅର୍ଦ୍ଧଶତକରୁ (୪୭ ରନ) ବଞ୍ଚିତ ହୋଇଥିଲେ । ସେହିପରି ଶୁଭମନ ଗିଲ୍ ୭୯ ରନ କରି ଏକ ଶତକ ଆଡକୁ ଗତି କରୁଥିବାବେଳେ ସେ ରିଟାୟାର୍ଡ ହଟ୍ ହୋଇ ପାଭିଲିୟନ ଫେରିଥିଲେ । ତେବେ ଶେଷ ଓଭରରେ ସେ ପୁଣି ଥରେ ଫେରିଥିଲେ । କିନ୍ତୁ ଆଜି ମ୍ଯାଚର ମୁଖ୍ୟ ଆକର୍ଷଣ ଥିଲା ବିରାଟ କୋହଲିଙ୍କ ୫୦ ତମ ଶତକ ଓ ଶ୍ରେୟସ ଆୟରଙ୍କ ବିସ୍ଫୋରକ ଶତକ । ବିରାଟ ୧୧୭ ରନ ଓ ଆୟର ୧୦୫ କରି ଆଉଟ ହୋଇଥିଲେ । ଭାରତ ନିର୍ଦ୍ଧାରିତ ୫୦ ଓଭରରେ ୪ ଓ୍ବିକେଟ ହରାଇ ୩୯୭ ରନ କରିଥିଲା ।

Leave a Comment

Read More