ରାଜନୀତିରେ ପାଦ ଥାପିଛନ୍ତି ଲୋକପ୍ରିୟ ଆଇଏଏସ ଅଫିସର ତଥା ୫-ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ ଭି.କେ ପାଣ୍ଡିଆନ

ଭୁବନେଶ୍ବର: ଆଜି ଆନୁଷ୍ଠାନିକ ଭାବେ ବିଜେଡିରେ ସାମିଲ ହୋଇଛନ୍ତି ୫-ଟି ଅଧ୍ୟକ୍ଷ । ମୁଖ୍ୟମନ୍ତ୍ରୀ ଓ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ନିଜର ପୂର୍ବତନ ସଚିବଙ୍କୁ ଦଳରେ ସାମିଲ କରିଛନ୍ତି। ବରିଷ୍ଠ ବିଜେଡି ନେତାମାନଙ୍କ ବୈଠକ ପରେ ଭି.କେ ପାଣ୍ଡିଆନ ସାମିଲ ହୋଇଛନ୍ତି। ବିଜେଡିର ବରିଷ୍ଠ ନେତା ଓ ମନ୍ତ୍ରୀଙ୍କ ଉପସ୍ଥିତିରେ ପାଣ୍ଡିଆନଙ୍କୁ ବିଜେଡିରେ ଗ୍ରହଣ କରାଯାଇଥିଲା ।

ରାଜନୀତିରେ ପ୍ରବେଶ ସହ ନିଜ ଘଟଣା ବହୁଳ କ୍ୟାରିୟରର ଆଉ ଏକ ଗୁରୁତ୍ବପୂର୍ଣ୍ଣ ସୋପାନରେ ପହଞ୍ଚିଛନ୍ତି ଭି.କେ ପାଣ୍ଡିଆନ । ମୁଖ୍ୟମନ୍ତ୍ରୀ ଏହି ଅବସରରେ ଉପସ୍ଥିତ ବିଜେଡି ନେତାଙ୍କୁ କହିଥିଲେ ଯେ ଶ୍ରୀ ପାଣ୍ଡିଆନ୍‌ଙ୍କର ପ୍ରଶାସନିକ କ୍ଷେତ୍ରରେ ଯେଉଁ ଅଭିଜ୍ଞତା ରହିଛି ତାହା ସେ ଦଳ ପାଇଁ ଏବଂ ରାଜ୍ୟର ବିକାଶ ଲାଗି ଉପଯୋଗ କରିବେ। ଶ୍ରୀ ପାଣ୍ଡିଆନ୍‌ ବିଜେଡି ଲାଗି ଏକ ଆସେଟ୍ ହେବେ ବୋଲି ମୁଖ୍ୟମନ୍ତ୍ରୀ କହିଥିବା ସେ ପ୍ରକାଶ କରିଛନ୍ତି।

Leave a Comment

Read More