ଆଜି ପ୍ରବାଦ ପୁରୁଷ ବିଜୁବାବୁଙ୍କ ୧୦୮ତମ ଜନ୍ମ ଜୟନ୍ତୀ

ଭୁବନେଶ୍ବର:   ବିଜୁ ପଟ୍ଟନାୟକ ଓଡ଼ିଶା ମାଟିରେ ଜନ୍ମିତ । ଓଡ଼ିଆ ଜାତି ତଥା ଓଡ଼ିଶାର ଉତ୍‌ଥାନ ପାଇଁ ସେ ଆଜୀବନ ସଂଘର୍ଷ କରିଥିଲେ। ସେ ଥିଲେ ସାହସୀ, ସ୍ବାଭିମାନୀ, ଯୁଗସ୍ରଷ୍ଟା ଓ ଦୂରଦ୍ରଷ୍ଟା ରାଜନେତା। ୫ ମାର୍ଚ୍ଚ ୧୯୧୬ରେ ଆସିକାରେ ବିଜୁବାବୁ ଜନ୍ମ ହୋଇଥି‌େଲ। ଓଡ଼ିଶାକୁ ଏକ ବିଭବଶାଳୀ ରାଜ୍ୟରେ ପରିଣତ କରିବାପାଇଁ ସ୍ବାଧୀନତା ପରେ ସ୍ବପ୍ନ ଦେଖିଥିଲେ ସେ।ଭୁବନେଶ୍ବରରେ ପ୍ରତିଷ୍ଠା କରିଥିଲେ ଆମ ରାଜ୍ୟର ପ୍ରଥମ ଫ୍ଲାଇଙ୍ଗ୍ କ୍ଲବ୍‌ ଏବଂ ଘରୋଇ ବିମାନସେବା ସଂସ୍ଥା ‘କଳିଙ୍ଗ ଏଆର‌୍‌େଵଜ୍‌’। ବ୍ୟକ୍ତିଗତ ଉଦ୍ୟମରେ ସେ ଚୌଦ୍ବାରରେ ଓଡ଼ିଶା ଟେକ୍‌ସଟାଇଲ୍‌ ମିଲ୍‌, କଳିଙ୍ଗ ଟ୍ୟୁବ୍‌ସ, କଳିଙ୍ଗ ରେଫ୍ରିଜରେସନ୍‌, କଳିଙ୍ଗ ଇଣ୍ତଷ୍ଟ୍ରିଜ୍‌ ଭଳି ବହୁ କାରଖାନା ଖୋଲିଥିଲେ। ବୈଷୟିକ ବିଜ୍ଞାନ ଉପରେ ତାଙ୍କର ବିଶ୍ବାସ ଥିଲା।

ବିଜ୍ଞାନର ପ୍ରସାର ପାଇଁ ୧୯୫୧ରେ ସେ ଜାତିସ˚ଘର ଶିକ୍ଷା, ବିଜ୍ଞାନ ଓ ସ˚ସ୍କୃତି ସ˚ସ୍ଥା ମାଧ୍ୟମରେ ‘କଳିଙ୍ଗ ପୁରସ୍କାର’ ସ୍ଥାପନ କରିଥିଲେ। ପାରାଦୀପରେ ଏକ ବୃହତ୍‌ ବନ୍ଦର ସ୍ଥାପନ ପାଇଁ ସେ ହିଁ ପ୍ରଥମେ ପଦକ୍ଷେପ ନେଇଥିଲେ। କେନ୍ଦ୍ର ଟାଳଟୁଳ ନୀତି ଅବଲମ୍ବନ କରିଚାଲିଥିଲେ ହେଁ ବିଜୁ ପ୍ରଧାନମନ୍ତ୍ରୀ ପଣ୍ତିତ ନେହରୁଙ୍କୁ ପ୍ରଭାବିତ କରି ଶୁଭ ଦିଆଇଥିଲେ। କେନ୍ଦ୍ରର ସହାୟତା ମିଳିବା ପୂର୍ବରୁ ରାଜ୍ୟ ବ୍ୟୟରେ ନିର୍ମାଣ କାର୍ଯ୍ୟ ଆରମ୍ଭ କରାଇ ସେ ଲଢ଼ୁଆ ମନୋବୃତ୍ତିର ପରିଚୟ ଦେଇଥିଲେ। ଓଡ଼ିଶାର ଲୌହ-ବହୁଳ ଅଞ୍ଚଳ ସହ ପାରାଦୀପକୁ ଯୋଡ଼ିବା ପାଇଁ ଗଢ଼ାଇଥିଲେ ଦୈତାରୀ-ପାରାଦୀପ ଏକ୍‌ସପ୍ରେସ୍‌ ରାଜପଥ। ତେର ଜିଲ୍ଲା-ବିଶିଷ୍ଟ ଓଡ଼ିଶାକୁ ଭାଙ୍ଗିବା ପାଇଁ ତାଙ୍କ ପୂର୍ବରୁ କୌଣସି ମୁଖ୍ୟମନ୍ତ୍ରୀ ସାହସ କରି ନ ଥିଲେ। ନିଜର ଦ୍ବିତୀୟ ଶାସନ କାଳରେ ସେ ଓଡ଼ିଶାକୁ ତିରିଶଟି ଜିଲ୍ଲାରେ ବିଭକ୍ତ କରିଥିଲେ। ବିଜୁଙ୍କ ଅବଦାନସ୍ବରୂପ ପଞ୍ଚାୟତ ଓ ନଗରପାଳିକା ବ୍ୟବସ୍ଥାରେ ମହିଳାଙ୍କ ନିମନ୍ତେ ସ୍ଥାନ ସ˚ରକ୍ଷଣ ଦେଶରେ ସର୍ବପ୍ରଥମେ ଓଡ଼ିଶାରେ କାର୍ଯ୍ୟକାରୀ ହୋଇଥିଲା। ଖଟିଖିଆ ମଜୁରିଆଙ୍କ ପାଇଁ ମଧ୍ୟ ସେ ଐତିହାସିକ ପଦକ୍ଷେପ ନେଇଥିଲେ। ସେ ସର୍ବନିମ୍ନ ମଜୁରିକୁ ଏଗାର ଟଙ୍କାରୁ ପଚିଶ ଟଙ୍କାକୁ ବୃଦ୍ଧି କରିଥିଲେ। ତାଙ୍କର ଏହି ପଦକ୍ଷେପ ଥିଲା ଦେଶରେ ପ୍ରଥମ।

Hunkar Live
Author: Hunkar Live

Read More

Leave a Comment

Read More

Our Company

Newsletter

Laest News

2024 Reserved Hunkar Live | Designed by Best News Portal Development Company - Traffic Tail