ବଡଦେଉଳରୁ ଖସିଲା ପଥର

ପୁରୀ: ଶ୍ରୀମନ୍ଦିରରୁ ଖସିପଡିଲା ପଥର । ଶ୍ରୀମନ୍ଦିରର ବିମଳା ମନ୍ଦିର ନିକଟ ବରାହ ମନ୍ଦିର ପାଖ ମୁଖ୍ୟ ମନ୍ଦିରରୁ ପଥର ଖସିପଡିଛି । ପଥର ଖସି ଏକାଦଶୀ ମନ୍ଦିରର ଟିଣ ଛାତ କଣା ହୋଇଥିବା ସୂଚନା ମିଳିଛି । ତେବେ ମନ୍ଦିରରୁ ପଥର ଖସିଥିଲେ ମଧ୍ୟ ଏଥିରେ କାହାର କିଛି ବି କ୍ଷତି ହୋଇନାହିଁ । ବର୍ତ୍ତମାନ ପାଇଁ ପଥରଟିକୁ ଶ୍ରୀମନ୍ଦିର ଗାରଦରେ ଜମା କରାଯାଇଛି ।ତେବେ ପଥରଟି ପ୍ରକୃତରେ କେଉଁଠୁ ପଡିଛି ସେ ନେଇ ଏଏସଆଇ ଯାଞ୍ଚ ପରେ ସ୍ପଷ୍ଟ ହେବ ବୋଲି କୁହାଯାଇଛି । ଏଏସଆଇ ପକ୍ଷରୁ ଦକ୍ଷିଣ ଘର ପଛପଟୁ ଅନେକ ପଥର ପରିବର୍ତ୍ତନ କରାଯାଇଥିଲା

Hunkar Live
Author: Hunkar Live

Read More

Leave a Comment

Read More

Our Company

Newsletter

Laest News

2024 Reserved Hunkar Live | Designed by Best News Portal Development Company - Traffic Tail