କଂଗ୍ରେସର ସମସ୍ତ କମିଟିରୁ ଇସ୍ତଫା ଦେଲେ ସୁର

ରାଜ୍ୟ ରାଜନୀତିରେ ଆଜି ଦେଖିବାକୁ ମିଳିଛି ଅନେକ ବଡ଼ ଘଟଣା । କଂଗ୍ରେସର ବରିଷ୍ଠ ନେତା ତଥା ଜଟଣୀ ବିଧାୟକ ସୁରେଶ ରାଉତରାୟଙ୍କ ସାନ ପୁଅ ମନ୍ମଥ ରାଉତରାୟ ଆଜି ବିଜେଡ଼ିରେ ସାମିଲ ହୋଇଛନ୍ତି । ଠିକ୍ ଏହି ସମୟର କଂଗ୍ରେସର ସମସ୍ତ କମିଟିରୁ ଇସ୍ତଫା ଦେଇଛନ୍ତି ସୁର ରାଉତରାୟ । ପୁଅ ମନ୍ମଥ ରାଉତରାୟ ବିଜେଡିରେ ମିଶିବା ପରେ ସୁର ଏଭଳି ପଦକ୍ଷେପ ନେଇଛନ୍ତି ।କିନ୍ତୁ ସୁର ଦଳରେ ରହିବେ ବୋଲି କହିଛନ୍ତି ।ଏକ ଚିଠି ଲେଖି ସୁର କହିଛନ୍ତି, ସାନପୁଅ ମନ୍ମଥଙ୍କୁ ଯେତେ ବୁଝାଇଲେ ମଧ୍ୟ ସେ କଥା ନ ରଖି ବିଜେଡିରେ ସାମିଲ ହେଲେ । ଏହା ମୋ ସ୍ୱାଭିମାନ ଓ ଅନ୍ତରାତ୍ମାକୁ ଅଧିକ ଆଘାତ ଦେଇଛି । ଏଣୁ ବିବେକ ଦୃଷ୍ଟିରୁ ସମସ୍ତ କମିଟି ଇସ୍ତଫା ଦେଉଥିବା କହିଛନ୍ତି ସୁର । ସମସ୍ତ କମିଟିରୁ ଇସ୍ତଫା ଦେଲେ ମଧ୍ୟ ଦଳରେ ରହିବେ ବୋଲି ସ୍ପଷ୍ଟ କରିଛନ୍ତି ସୁର । ଜୀବନ ଥିବା ଯାଏଁ କଂଗ୍ରେସରେ ରହିବି ଏବଂ ଦଳ ଯାହା କାମ ଦେବ କରିବି

 

Hunkar Live
Author: Hunkar Live

Read More

Leave a Comment

Read More

Our Company

Newsletter

Laest News

2024 Reserved Hunkar Live | Designed by Best News Portal Development Company - Traffic Tail