ଭୁବନେଶ୍ୱର: କିଛି ଦିନ ଧରି ହେଉଥିବା ଆଲୋଚନା ସତ ହେଲା। ଶେଷରେ ବିଜେଡିରୁ ଇସ୍ତଫା ଦେଇଛନ୍ତି ଅଭିନେତା ତଥା କେନ୍ଦ୍ରାପଡ଼ା ସାଂସଦ ଅନୁଭବ ମହାନ୍ତି। ଆଜି ସେ ତାଙ୍କ ଇସ୍ତଫାପତ୍ର ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ପାଖକୁ ପଠାଇ ଦେଇଛନ୍ତି।
୨୦୧୯ରେ ବିଜେଡି ଟିକେଟରେ ଲୋକସଭାକୁ ନିର୍ବାଚିତ ହୋଇଥିଲେ ଅନୁଭବ ମହାନ୍ତି। ଏହା ପୂର୍ବରୁ ଅନୁଭବ ରାଜ୍ୟସଭା ସଦସ୍ୟ ଥିଲେ। ୨୦୨୪ ଲୋକସଭା ନିର୍ବାଚନ ପାଇଁ ବିଜେଡି କେନ୍ଦ୍ରାପଡ଼ାରୁ ଅଂଶୁମାନ ମହାନ୍ତିଙ୍କୁ ପ୍ରାର୍ଥୀ କରିଛି। ଅଂଶୁମାନ କିଛି ଦିନ ତଳେ କଂଗ୍ରେସ ଛାଡ଼ି ବିଜେଡିରେ ମିଶିଥିଲେ। ଟିକେଟ୍ କଟିଯିବା ପରେ ଅନୁଭବ ଦଳ ଛାଡ଼ିବେ ବୋଲି ଆଲୋଚନା ହେଉଥିଲା।
![Hunkar Live](https://secure.gravatar.com/avatar/cb4e3f03d5a8c917103f02f6d7119b95?s=96&r=g&d=https://hunkarlive.com/wp-content/plugins/userswp/assets/images/no_profile.png)