ଭୁବନେଶ୍ବର: ରାଜ୍ୟ ବିଜେପିକୁ ଆଉ ଏକ ଝଟକା । ବିଜେପି ଛାଡିଲେ ଲେଖାଶ୍ରୀ ସାମନ୍ତସିଂହାର। ସୋସିଆଲ ମିଡିଆ ଜରିଆରେ ସେ ଏହି ସୂଚନା ଦେଇଛନ୍ତି। ସେ ବିଜେପିର ଉପସଭାପତି ପଦରେ ଥିଲେ। ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଥିବା ଉଲ୍ଲେଖ କରିଛନ୍ତି। ବିଜେପି ରାଜ୍ୟ ସଭାପତିଙ୍କୁ ସେ ତାଙ୍କର ଇସ୍ତଫା ପତ୍ର ପଠାଇଥିବା ସୂଚନା ମିଳିଛି।ଲେଖାଶ୍ରୀ ଗତ ୧୦ ବର୍ଷ ଧରି ବିଜେପିରେ ସକ୍ରିୟ ଥିଲେ । ଦଳର ପ୍ରତିଟି କାର୍ଯ୍ୟକୁ ସେ ନିଷ୍ଠାର ସହ ସମ୍ପାଦନ କରିଆସିଛନ୍ତି ।