ନବ ନିର୍ବାଚିତ ବିଧାୟକଙ୍କ ଶପଥପାଠ, ବିଧାୟକ ଭାବେ ଶପଥ ନେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱର: ଆଜିଠୁ ଆରମ୍ଭ ହେଉଛି ବିଧାନସଭାର ୩ ଦିନିଆ ଅଧିବେଶନ। ତିନି ଦିନ ପାଇଁ ଆରମ୍ଭ ହୋଇଥିବା ବିଧାନସଭାର ଅଧିବେଶନରେ ଶପଥ ପାଠ କାର୍ଯ୍ୟକ୍ରମ ଚାଲିଛି। ଶପଥ ନେଇଛନ୍ତି ରାଜ୍ୟର ସମସ୍ତ ନବ ନିର୍ବାଚିତ ବିଧାୟକ । ଶପଥ ପାଠ କରାଇଲେ କାମଚଳା ବାଚସ୍ପତି ରଣେନ୍ଦ୍ର ପ୍ରତାପ ସ୍ବାଇଁ। ପ୍ରଥମେ ବିଧାୟକ ଭାବେ ଶପଥ ନେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ।ଦୁଇ ଉପ ମୁଖ୍ୟମନ୍ତ୍ରୀ କେ.ଭି ସିଂହଦେଓ ଓ ପ୍ରଭାତୀ ପରିଡ଼ା ମଧ୍ୟ ବିଧାନସଭାରେ ବିଧାୟକ ଭାବେ ଶପଥଗ୍ରହଣ କରିଛନ୍ତି।

ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଶପଥ ନେବା ପରେ ନବ ନିର୍ବାଚିତ ବିଧାୟକ ପର୍ଯ୍ୟାୟ କ୍ରମେ ଶପଥ ଗ୍ରହଣ କରୁଛନ୍ତି । ସନ୍ଧ୍ୟା ୫ଟା ଯାଏ ଚାଲିବ ଶପଥ ପାଠ କାର୍ଯ୍ୟକ୍ରମ । ଆଜି ଓ କାଲି ଦୁଇ ଦିନ ବିଧାୟକଙ୍କୁ ଶପଥ ପାଠ କରାଯିବ। ଏହାପରେ ୨୦ରେ ରହିଛି ବାଚସ୍ପତି ନିର୍ବାଚନ। ଏଥିପାଇଁ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି।

ସେହିପରି ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ବିଧାନସଭାରେ ପହଞ୍ଚିଛନ୍ତି। ଯାହା ପରେ ନବୀନ ବିଧାୟକ ଭାବେ ଶପଥ ଗ୍ରହଣ କରିଛନ୍ତି। ଅନ୍ୟପଟେ ପ୍ରଥମ ଥର ପାଇଁ ଦିଗପହଣ୍ଡିର ବିଧାୟକ ସିଦ୍ଧାନ୍ତ ମହାପାତ୍ର ବିଧାୟକ ହେବା ପରେ ଆଜି ଶପଥ ନେବାକୁ ସାଇକେଲରେ ବିଧାନସଭାରେ ପହଞ୍ଚିଛନ୍ତି । ବିଧାନସଭା ଆସିବା ସହ ପରିବେଶ ସୁରକ୍ଷା ନେଇ ରାଜ୍ୟବାସୀଙ୍କୁ ବାର୍ତ୍ତା ଦେଇଛନ୍ତି ।

ତିନି ଦିନିଆ ଅଧିବେଶନ ପାଇଁ ତିନି ଥାକିଆ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। କେବଳ ପାସଧାରୀ ବ୍ୟକ୍ତିଙ୍କୁ ବିଧାନସଭାକୁ ପ୍ରବେଶ ଅନୁମତି ଦିଆଯିବ। ସୁରକ୍ଷା ଦାୟିତ୍ୱରେ ୭୫ ପୁଲିସ ଅଧିକାରୀଙ୍କ ସହ ୮ ପ୍ଲାଟୁନ ପୁଲିସ ମୁତୟନ କରାଯାଇଛି। ନିଜେ ପୁଲିସ କମିଶନର ସୁରକ୍ଷା ଦାୟିତ୍ୱ ସମ୍ଭାଳିଛନ୍ତି।

Hunkar Live
Author: Hunkar Live

Read More

Leave a Comment

Read More

Our Company

Newsletter

Laest News

2024 Reserved Hunkar Live | Designed by Best News Portal Development Company - Traffic Tail